ସର୍ପ ଜଣାଣ

କବିତା କଲ୍ଲୋଳିନୀ

ବାଧିଲା ଜାଣି କ୍ଷମା କର ନୋହିଲେ ରମାରମଣ ଦଣ୍ଡେ ଦିଅ ଟାଳିତୁମ୍ଭଙ୍କୁ ଜଗନ୍ନାଥ ଆଜ ମୋ ମନୋରଥ ଭରତି କରି ଦେବି ଗାଳି ହେ କୃପାନିଧିକରୁଣାସିନ୍ଧୁ ବୋଲି କରି, କହନ୍ତି ବୁଧେ ଡରି ମରିକାଳସର୍ପ ଆପଣ, କବଳ କର ପ୍ରାଣ-ପବନମାନଙ୍କୁ ସବୁରି ହେ କୃପାନିଧି ।୧।

ଜଳଧି ଅନ୍ତେ ନିଜ, ଘର ଦେବାଧିରାଜ, ବୁଡ଼ାଇ ଦେଇଛ ଆପଣତୁମ୍ଭରି ସିନା ଘେନ, ଆଶ୍ଚର୍ଯ୍ୟ ନୁହେ ଆନ, ଜନର ଘରବୁଡ଼ାପଣ ହେ କୃପାନିଧିଭୁଜଙ୍ଗ ସାମ୍ୟ ଆମ୍ଭ ତୁଲେ, ବତାଅ ବୋଲି ଆଜ୍ଞା ହେଲେମୁଁ ନୁହେଁ ଘରବୁଡ଼ା, ବତାଇବାକୁ ଛିଡ଼ା ହୋଇଛି ବତାଇବି ଭଲେ ହେ କୃପାନିଧି ।୨।

ତାହାକୁ ବୋଲି ଚକ୍ରୀ, ଚକ୍ରଥିବାରୁ ଚକ୍ରୀ, ତୁମ୍ଭେତ ବୋଲାଅ ମଣ୍ଡଳେବୋଲାଇ କୁଣ୍ଡଳୀ ସେ ଆପଣ ତ ବିଶେଷେ ଭୂଷିତ ମକର କୁଣ୍ଡଳେ ହେ କୃପାନିଧିଅଦୃଶ୍ୟ ହେବାରୁ ତ ପାଦ, ତାହାକୁ ବୋଲି ଗୂଢ଼ପଦଆପଣା ଚରଣ ତ ବିରଞ୍ଚିକୁ ଗୁପତ କାହିଁ ତାଠାରୁ ତୁମ୍ଭ ଭେଦ ହେ କୃପାନିଧି ।୩।

ହେବ ବା ଅବଧାନେ, ତାହାକୁ ତ୍ରିଭୁବନେ, ବୋଲନ୍ତି କାକୋଦର ନରେ।ଏ ତ୍ରିପିଷ୍ଟପଯାକ ମଧ୍ୟେ ଗୋଟିଏ କାକ ନାହିଁ କି ତୁମ୍ଭରି ଉଦରେ ହେ କୃପାନିଧିବିବରେ ସେ ଅତି ଲମ୍ପଟ, ବିବର ବିହଙ୍ଗମ ରାଟବିଧିରେ ସେ ଲମ୍ପଟ ଆପଣ ସେ ତ ପଟପଟଳେ ହୋଇଅଛ ସ୍ଫୁଟ ହେ ମହାପ୍ରଭୁ ।୪।

କାନ ନ ଥାଇ ଆଖି, ଭୁଜଙ୍ଗଠାରେ ଦେଖି, ନୟନଶ୍ରବା ବୋଲି ତାକୁକହ କମଳାନନ କାହିଁଛି ତୁମ କାନ, ସର୍ପ ବୋଇଲେ ଚଳିବାକୁ ହେ କୃପାନିଧିଫଣିକାୟାକୁ ବୋଲି ଭୋଗ, ଥିବାରୁ ସେ ଦୁଇ ସଂଯୋଗତାହାକୁ ବୋଲି ଭୋଗି ତୁମ୍ଭେ କି ନୁହ ଭୋଗୀ କରୁ ଯା ଅଛ ମହାଭୋଗ, ହେ କୃପାନିଧି ।୫।

ଯେବେ ଭୁଜଙ୍ଗ ନୁହ, କାଳିୟଠାରେ ଦ୍ରୋହ କଲ କାହିଁକି ଏଡ଼େ କରିକେତେ ନ ଥିଲେ ଗୋପେ, ତୁମ୍ଭେ କାହିଁକି କୋପେ,ତାହାକୁ ଦେଲ ପ୍ରାଣେ ମାରି ହେ କୃପାନିଧିତାହାରି ନାମେ ତୁମ୍ଭ ନାମ, ଅଦ୍ୟାପି ହୋଇଛି ଜନମଯେବେ ସ୍ୱଗୋତ୍ର ଦ୍ରୋହ, ନ ଥାନ୍ତା ନାଥ କହ କିପାଇଁ ହୁଅନ୍ତା ଏ କ୍ରମ ହେ ମହାପ୍ରଭୁ ।୬।

ଜାଣି ବାଳୁତକାଳୁ, ଲବଣୀ ହାଣ୍ଡିତଳୁ, ଧରି ପାଶରେ ଦୃଢ଼େ ଭିଡ଼ିଦୟା ନ କରି ତିଳେ, ଯାମଳା ତରୁତଳେ ଜନନୀ ନେଇ ଦେଲେ ଛାଡ଼ି ହେ କୃପାନିଧିଯେତେକ ଥିଲା ଗର୍ଭେ ପଡ଼ି, ଜୀର୍ଣ୍ଣ ହେବାକୁ ହେଲ ଭିଡ଼ିତିନି ଜଗତ ଯାକେ ଜାଣି ତ ଥିବେ ଲୋକେ ସେ ତରୁ ଯିବାର ଉପୁଡ଼ି ହେ କୃପାନିଧି ।୭।

ବ୍ରହ୍ମା ଶଙ୍କର ମୁଖ୍ୟ, ଦେବଙ୍କଠାରୁ ମୋକ୍ଷପ୍ରଧାନ ଧନ ଗୁପତ କଲପତିତକୁ ନ ପୋଷି-ବାରୁ କ୍ରମରେ ଆଶୀବିଷ ପରାଏ ଆଭାସିଲ ହେ କୃପାନିଧିଅସାବଧାନେ ଗଲେ ମିଳି, ଗୋଟିକୁ ଗିଳଇ କୁଣ୍ଡଳୀଅଗଣିତ ବ୍ରହ୍ମାଣ୍ଡ ହାଣ୍ଡିମଣ୍ଡଳୀ ରୁଣ୍ଡ କରି ଆପଣ ଅଛ ଗିଳି ହେ କୃପାନିଧି ।୮।

ଅହିତ ବୋଲାଏ ସେ, ଏକ ଅକ୍ଷର କୋଷେ, 'ଅ'ହିତ ବୋଲାଅ ନିପୁଣକଂସ ପ୍ରମୁଖାସୁର ବିପକ୍ଷମାନଙ୍କର ଅହିତ ହୋଇଛ ଆପଣ ହେ କୃପାନିଧିଜଗତେ ଧରି ଯେବେ ଅହି, ଘଟ ଗୋଟିକେ ନେଇ ଥୋଇଅଛ ଯାବତ ଘଟେ ବଞ୍ଚାଅ ଯେ କପଟେ ମୋର ହାବୁଡୁ ଯିବ କାହିଁ, ହେ କୃପାନିଧି ।୯।

କେଉଁ ଶିଶୁ କାମିନୀ ସ୍ତନ୍ୟପାନରୁ ଘେନି ଜୀବନ ଯାଇଛି ଜଗତେଶୋଷି ପୁତନା ପ୍ରାଣ ଘେନିବାର ଜୀବନ, ନାହିଁକି ତୁମ୍ଭ ଦିବ୍ୟ ଚିତ୍ତେ ହେ କୃପାନିଧିସକଳ କଥା ମୋର ଦେଖି, ଅଛନ୍ତି ଲକ୍ଷ ଲକ୍ଷ ସାକ୍ଷୀବ୍ରଜେ ଭୁଜଙ୍ଗ ଚାଲି, କରି ମୁଁ ନାହିଁ ବୋଲି, ଛୁଅଁ ତ ଥରେ ଚକାଆକ୍ଷି ହେ କୃପାନିଧି ।୧୦।

ନୁହେ ଆବାସ ଘର, ମାନସ ସରୋବର ଶୁଭିଲା ନାଗେଶ୍ୱର ରବକ୍ଷଣେ ନ ରହି ଧାଇଁଗଲଟି କାହିଁପାଇଁ, ଆଉ ନ ଥିଲେ କେତେ ଦେବ ହେ କୃପାନିଧିମନ୍ତ୍ର ଜାଣିବା ଲୋକେ ବଶ, ହୁଅନ୍ତି ସବୁ ଆଶୀବିଷମନ୍ତ୍ରାଧୀନ ତ ତୁମ୍ଭେ, ବଞ୍ଚାଉଅଛ ଦମ୍ଭେ, ଭୁଜଙ୍ଗ ନୁହ ଆଉ କିସ ହେ କୃପାନିଧି ।୧୧।

କହଇ କବିସୂର୍ଯ୍ୟ ନାଥ ନୁହ ଅଧୈର୍ଯ୍ୟ ଏଣିକି ମହତ ନ ଯାଉମୁଁ ତୁମ୍ଭ ପରିଚାର, ଜାଣିଲେ କି ବିଚାର ଇତରେ ନ ଜାଣନ୍ତୁ ଆଉ ହେ କୃପାନିଧିଯେତେବେଳେ ମୋ ଅନ୍ତ ହେବ, ଏତିକି ମାତ୍ର ମୋତେ ଦେବପରେତରାଟ ଦ୍ୱାର ସୀମାରୁ ପରିହାର କରାଇ ଯହିଁ ତହିଁ ନେବ ହେ କୃପାନିଧି ।୧୨।

Comments

Loading comments…